Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 10 ହଜାର 273 ନୂଆ କରୋନା କେସ, 243 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟା ମଧ୍ୟରେ କରୋନା ଭାଇରସର 10 ହଜାର 273 ନୂଆ କେସ ସାମ୍ନାକୁ ଆସିଅଛି । ଏହି ସମୟରେ 243 ଜଣଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 20 ହଜାର 439 ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 10 ହଜାର 273
ଏପର୍ଯ୍ୟନ୍ତ ମୋଟ ମାମଲା – 4 କୋଟି 29 ଲକ୍ଷ 16 ହଜାର 117

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 20 ହଜାର 439
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -4 କୋଟି 22 ଲକ୍ଷ 90 ହଜାର 921

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 43
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 5 ଲକ୍ଷ 13 ହଜାର 724

ମୋଟ ଆକ୍ଟିଭ କେସ- 1 ଲକ୍ଷ 11 ହଜାର 472

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 76 କୋଟି 67 ଲକ୍ଷ 57 ହଜାର 518 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 22 ହଜାର 204 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ 177 କୋଟି 44 ଲକ୍ଷ 08 ହଜାର 129 ଡୋଜ ଟିକା ଦିଆଯାଇଛି । ଗତ କଲି 24 ଲକ୍ଷ 5 ହଜାର 49 ଡୋଜ ଟୀକା ଲଗାଯାଇଛି ।


ସେୟାର କରନ୍ତୁ