Coronavirus: ଦେଶରେ 24 ଘଣ୍ଟାରେ ଆସିଲା 8 ହଜାର 013 ନୂଆ କରୋନା କେସ, 119 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ମାମଲା ଏବେ ଲଗାତାର କମି କମି ଯାଉଅଛି । ଏହା ଆଜି ଦଶ ହଜାର ତଳକୁ ଖସି ଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 013 ନୂଆ କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 119 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 16 ହଜାର 765 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 24 ହଜାର 130କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 13 ହଜାର 843 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 23 ଲକ୍ଷ 07 ହଜାର 686 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 02 ହଜାର 601 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 27 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 76 କୋଟି 74 ଲକ୍ଷ 81 ହଜାର 346 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 23 ହଜାର 828 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 177 କୋଟି 50 ଲକ୍ଷ 86 ହଜାର 335 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ