Coronavirus: ଦେଶରେ 24 ଘଣ୍ଟାରେ ଆସିଲା 6 ହଜାର 561 ନୂଆ କରୋନା କେସ, 142 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 6 ହଜାର 561 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 142 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 14 ହଜାର 947 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 45 ହଜାର 160କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 14 ହଜାର 388 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 23 ଲକ୍ଷ 53 ହଜାର 620 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 77 ହଜାର 152 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 2 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 00 ଲକ୍ଷ 50 ହଜାର 005 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 82 ହଜାର 953 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ