Coronavirus: ଦେଶରେ 24 ଘଣ୍ଟାରେ ଆସିଲା 5 ହଜାର 921 ନୂଆ କରୋନା କେସ, 289 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 5 ହଜାର 921 ନୂଆ କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 289 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 11 ହଜାର 651 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 57 ହଜାର 477କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 14 ହଜାର 878 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 23 ଲକ୍ଷ 78 ହଜାର 721 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 63 ହଜାର 878 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 178 କୋଟି 55 ଲକ୍ଷ 66 ହଜାର 940 ଡୋଜ ଟିକା ଦିଆଯାଇଛି । ଗତକାଲି 24 ଲକ୍ଷ 62 ହଜାର 562 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 19 ଲକ୍ଷ 14 ହଜାର 261 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 40 ହଜାର 905 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ