Coronavirus: ଦେଶରେ 24 ଘଣ୍ଟାରେ ଆସିଲା 4 ହଜାର 184 କରୋନା କେସ, 104 ମୃତ୍ୟୁ

Truthink
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 4 ହଜାର 184 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 104 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 6 ହଜାର 554 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 80 ହଜାର 067କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 459 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 20 ହଜାର 120 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 44 ହଜାର 488 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 179 କୋଟି 53 ଲକ୍ଷ 95 ହଜାର 649 ଡୋଜ ଟିକା ଦିଆଯାଇଛି । ଗତକାଲି 18 ଲକ୍ଷ 23 ହଜାର 329 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 9 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 60 ଲକ୍ଷ 82 ହଜାର 445 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 73 ହଜାର 974 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ