ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 86 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ ଶହେ ଭିତରେ ରହୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୂର୍ବ 24 ଘଣ୍ଟାରେ 86 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ତେବେ ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 12 ଲକ୍ଷ 86 ହଜାର 626କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 86 ଜଣଙ୍କ ମଧ୍ୟରୁ 50 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 36 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 24 ଘଣ୍ଟାରେ 0ରୁ 18 ବର୍ଷ ବୟସର ଶିଶୁ ଏବଂ କିଶୋର 23 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1286626 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 897ଟି ଆକ୍ଟିଭ କେସ୍ ରହିଅଛି ଏବଂ 1276575 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ