Coronavirus: ଦେଶରେ 24 ଘଣ୍ଟାରେ ଆସିଲା 3 ହଜାର 116 କରୋନା କେସ, ଆକ୍ଟିଭ କେସ 38 ହଜାର 69

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3 ହଜାର 116 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 47 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 5 ହଜାର 559 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 90 ହଜାର 991କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 850 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 37 ହଜାର 072 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 38 ହଜାର 069 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 180 କୋଟି 13 ଲକ୍ଷ 23 ହଜାର 547 ଡୋଜ ଟିକା ଦିଆଯାଇଛି । ଗତକାଲି 20 ଲକ୍ଷ 31 ହଜାର 275 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 12 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 85 ଲକ୍ଷ 20 ହଜାର 151 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 61 ହଜାର 735 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ