Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2 ହଜାର 503 କରୋନା କେସ, 27 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3 ହଜାର 503 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 27 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 4 ହଜାର 377 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 93 ହଜାର 494କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 877 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 41 ହଜାର 449 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 36 ହଜାର 168 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 180 କୋଟି 19 ଲକ୍ଷ 45 ହଜାର 779 ଡୋଜ ଟିକା ଦିଆଯାଇଛି । ଗତକାଲି 4 ଲକ୍ଷ 61 ହଜାର 318 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 13 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 90 ଲକ୍ଷ 52 ହଜାର 383 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 5 ଲକ୍ଷ 32 ହଜାର 232 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ