Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1 ହଜାର 778 କରୋନା କେସ, 62 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1 ହଜାର 778 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 62 ଲୋକଙ୍କର ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ହଜାର 542 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 12 ହଜାର 749କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 16 ହଜାର 605 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 73 ହଜାର 057 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 23 ହଜାର 087 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 181 କୋଟି 89 ଲକ୍ଷ 15 ହଜାର 234 ଡୋଜ ଟିକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 22 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 42 ଲକ୍ଷ 90 ହଜାର 846 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 6 ଲକ୍ଷ 77 ହଜାର 218 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ