Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1 ହଜାର 421 କରୋନା କେସ, 149 ମୃତ୍ୟୁ, ଆକ୍ଟିଭ କେସ 16 ହଜାର

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1 ହଜାର 421 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 149 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 826 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 19 ହଜାର 453କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 004 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 82 ହଜାର 262 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 16 ହଜାର 187 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 183 କୋଟି 20 ଲକ୍ଷ 10 ହଜାର 30 ଡୋଜ ଟିକା ଦିଆଯାଇଛି । ଗତକାଲି 29 ଲକ୍ଷ 90 ହଜାର 658 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 69 ଲକ୍ଷ 22 ହଜାର 965 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 6 ଲକ୍ଷ 20 ହଜାର 251 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ