Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1 ହଜାର 259 କରୋନା କେସ, 35 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1 ହଜାର 259 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 35 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 705 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 21 ହଜାର 982କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 070 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 85 ହଜାର 534 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ହଜାର 378 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 183 କୋଟି 53 ଲକ୍ଷ 90 ହଜାର 499 ଡୋଜ ଟିକା ଦିଆଯାଇଛି । ଗତକାଲି 25 ଲକ୍ଷ 92 ହଜାର 407 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 28 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 79 ଲକ୍ଷ 32 ହଜାର 913 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 5 ଲକ୍ଷ 77 ହଜାର 559 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ