Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1 ହଜାର 260 କରୋନା କେସ, 83 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1 ହଜାର 260 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 83 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 404 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 27 ହଜାର 035କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 264 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 92 ହଜାର 326 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 13 ହଜାର 445 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 184 କୋଟି 52 ଲକ୍ଷ 44 ହଜାର 856 ଡୋଜ ଟିକା ଦିଆଯାଇଛି । ଗତକାଲି 18 ଲକ୍ଷ 38 ହଜାର 552 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 1 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 79 କୋଟି 02 ଲକ୍ଷ 98 ହଜାର 979 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 5 ଲକ୍ଷ 28 ହଜାର 021 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ