Coronavirus: ଦେଶରେ 24 ଘଣ୍ଟାରେ ଆସିଲା 795 କରୋନା କେସ, 58 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 795 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 58 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 208 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 29 ହଜାର 839କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 416 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 96 ହଜାର 369 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 12 ହଜାର 054 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 184 କୋଟି 87 ଲକ୍ଷ 33 ହଜାର 081 ଡୋଜ ଟିକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 79 କୋଟି 15 ଲକ୍ଷ 46 ହଜାର 038 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 66 ହଜାର 332 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ