Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1109 କରୋନା କେସ, 43 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1109 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 43 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 213 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 33 ହଜାର 067କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 573 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 00 ହଜାର 002 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 492 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 184 କୋଟି 38 ଲକ୍ଷ 88 ହଜାର 663 ଡୋଜ ଟିକା ଦିଆଯାଇଛି । ଗତକାଲି 16 ଲକ୍ଷ 80 ହଜାର 118 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ