ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ପ୍ରବାଦ ପୁରୁଷ ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହି ଅବସରରେ ରାଜ୍ୟର ପ୍ରଗତି ସହ ଲୋକଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ତାଙ୍କ ଅବଦାନ ବିଷୟରେ ସେ ସ୍ମୃତିଚାରଣ କରିଛନ୍ତି ।

ତେବେ ଏହି ସମୟରେ ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଉପସ୍ଥିତ ରହି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଓଡ଼ିଆ ଜାତି ବିଜୁବାବୁଙ୍କୁ ସ୍ମରଣ କରୁଛନ୍ତି ବୋଲି ଅତିଥିମାନେ କହିଥିଲେ ।


ସେୟାର କରନ୍ତୁ