ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଟ୍ୱିଟ୍‌ କରି ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଯଶସ୍ବୀ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଜୀବନ ବ୍ୟାପୀ ସଂଗୀତ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ରହିବେ ବୋଲି ଟ୍ବିଟ୍ କରିଛନ୍ତି ଧର୍ମେନ୍ଦ୍ର ।

ସୂଚନାଯୋଗ୍ୟ ଯେ, ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ 83 ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ତାଙ୍କର ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ସେ ପୁରୀରେ 1939 ମସିହା ଫେବୃଆରୀ 16 ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।


ସେୟାର କରନ୍ତୁ