Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1247 କରୋନା କେସ, 1 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1247 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 1 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 928 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 45 ହଜାର 527କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 966 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 11 ହଜାର 701 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 860 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 186 କୋଟି 72 ଲକ୍ଷ 15 ହଜାର 865 ଡୋଜ ଟିକା ଦିଆଯାଇଛି । ଗତକାଲି 16 ଲକ୍ଷ 89 ହଜାର 995 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 18 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 25 ଲକ୍ଷ 06 ହଜାର 755 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 01 ହଜାର 909 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ