Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2451 କରୋନା କେସ, 54 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2451 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 54 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1589 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 52 ହଜାର 245କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 22 ହଜାର 116 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 16 ହଜାର 068 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 14 ହଜାର 241 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 187 କୋଟି 26 ଲକ୍ଷ 26 ହଜାର 515 ଡୋଜ ଟିକା ଦିଆଯାଇଛି । ଗତକାଲି 18 ଲକ୍ଷ 03 ହଜାର 558 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 38 ଲକ୍ଷ 25 ହଜାର 991 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 48 ହଜାର 939 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ