Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2527 କରୋନା କେସ, 33 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2527 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 33 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1656 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 54 ହଜାର 952କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 22 ହଜାର 149 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 17 ହଜାର 724 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ହଜାର 079 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 187 କୋଟି 46 ଲକ୍ଷ 72 ହଜାର 536 ଡୋଜ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 13 ହଜାର 296 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ