Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2541 କରୋନା କେସ, ଆକ୍ଟିଭ ମାମଲା 16 ହଜାର 522

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2541 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 30 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1862 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 60 ହଜାର 086କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 22 ହଜାର 223 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 21 ହଜାର 341 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 16 ହଜାର 522 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 187 କୋଟି 71 ଲକ୍ଷ 95 ହଜାର 781 ଡୋଜ ଟିକା ଦିଆଯାଇଛି । ଗତକାଲି 3 ଲକ୍ଷ 64 ହଜାର 210 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 24 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 50 ଲକ୍ଷ 19 ହଜାର 817 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 3 ଲକ୍ଷ 02 ହଜାର 115 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ