Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2483 କରୋନା କେସ, ଆକ୍ଟିଭ ମାମଲା 15 ହଜାର 636

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2483 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 1399 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1970 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 62 ହଜାର 569କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 622 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 23 ହଜାର 311 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ହଜାର 636 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 187 କୋଟି 95 ଲକ୍ଷ 76 ହଜାର 423 ଡୋଜ ଟିକା ଦିଆଯାଇଛି । ଗତକାଲି 22 ଲକ୍ଷ 83 ହଜାର 224 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 25 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 54 ଲକ୍ଷ 69 ହଜାର 014 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 49 ହଜାର 197 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ