Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2927 କରୋନା କେସ, 32 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2927 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 32 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2252 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 65 ହଜାର 496କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 654 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 25 ହଜାର 563 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 16 ହଜାର 279 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 188 କୋଟି 19 ଲକ୍ଷ 40 ହଜାର 971 ଡୋଜ ଟିକା ଦିଆଯାଇଛି । ଗତକାଲି 21 ଲକ୍ଷ 97 ହଜାର 082 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 59 ଲକ୍ଷ 74 ହଜାର 079 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 5 ଲକ୍ଷ 05 ହଜାର 065 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ