Coronavirus: ଦେଶରେ 24 ଘଣ୍ଟାରେ ଆସିଲା 3303 କରୋନା କେସ, 39 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3303 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 39 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2563 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 68 ହଜାର 799କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 693 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 28 ହଜାର 126 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 16 ହଜାର 980 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 188 କୋଟି 40 ଲକ୍ଷ 75 ହଜାର 553 ଡୋଜ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 53 ହଜାର 437 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 27 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 64 ଲକ୍ଷ 71 ହଜାର 748 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 97 ହଜାର 669 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ