ସହିଦଙ୍କ ପରିବାର ପାଇଁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପାମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସହିଦଙ୍କ ପରିବାରକୁ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । 5 ଲକ୍ଷ ପରିବର୍ତ୍ତେ ଏବେ ଏହି ସହିଦଙ୍କ ପରିବାରଙ୍କୁ 10 ଲକ୍ଷ ଟଙ୍କା ଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଏହି ସହାୟତା ରାଶି ପ୍ରଦାନ କରାଯାଉଛି ।

ସୂଚନା ଥାଉ କି, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରାଣବଳୀ ଦେଉଥିବା ଯବାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି । ପ୍ରଥମେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ 2010 ଓ 2012 ରେ ଏହାକୁ ଯଥା କ୍ରମେ 2ଲକ୍ଷ ଓ 5ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା ।


ସେୟାର କରନ୍ତୁ