Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 3207 ନୂଆ ମାମଲା, 29 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ହଜାର 207 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 29 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ହଜାର 410 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 05 ହଜାର 401କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 093 ଲୋକଙ୍କର ଜୀବନ ଯାଇଅଛି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 20 ହଜାର 403 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 60 ହଜାର 905 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 190 କୋଟି 34 ଲକ୍ଷ 90 ହଜାର 396 ଡୋଜ ଟିକା ଦିଆଯାଇଛି । ଗତକାଲି 13 ଲକ୍ଷ 50 ହଜାର 622 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 8 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 10 ଲକ୍ଷ 29 ହଜାର 858 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 3 ଲକ୍ଷ 36 ହଜାର 776 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ