Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 2897 ନୂଆ କେସ, ଆକ୍ଟିଭ ମାମଲା 19 ହଜାର 494

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2897 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 54 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2986 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 10 ହଜାର 586କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 157 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 66 ହଜାର 935 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 19 ହଜାର 494 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 190 କୋଟି 67 ଲକ୍ଷ 50 ହଜାର 631 ଡୋଜ ଟିକା ଦିଆଯାଇଛି । ଗତକାଲି 14 ଲକ୍ଷ 83 ହଜାର 878 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 19 ଲକ୍ଷ 86 ହଜାର 891 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 72 ହଜାର 190 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ