Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 2841 ନୂଆ କେସ, ଆକ୍ଟିଭ ମାମଲା 18 ହଜାର 604

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2841 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 9 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3295 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 16 ହଜାର 254କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 190 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 73 ହଜାର 460 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 18 ହଜାର 604 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 190 କୋଟି 99 ଲକ୍ଷ 44 ହଜାର 803 ଡୋଜ ଟିକା ଦିଆଯାଇଛି । ଗତକାଲି 14 ଲକ୍ଷ 03 ହଜାର 220 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 12 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 29 ଲକ୍ଷ 44 ହଜାର 795 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 86 ହଜାର 628 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ