Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 2487 ନୂଆ କେସ, 13 ଲୋକଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2487 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 13 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2878 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 21 ହଜାର 599କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 214 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 79 ହଜାର 693 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 17 ହଜାର 692 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 191 କୋଟି 32 ଲକ୍ଷ 94 ହଜାର 864 ଡୋଜ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 58 ହଜାର 119 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 38 ଲକ୍ଷ 36 ହଜାର 914 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 05 ହଜାର 156 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ