Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 1829 ନୂଆ କେସ, 33 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1829 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 33 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2549 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 27 ହଜାର 199କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 293 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 87 ହଜାର 259 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ହଜାର 647 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 191 କୋଟି 65 ଲକ୍ଷ 00 ହଜାର 770 ଡୋଜ ଟିକା ଦିଆଯାଇଛି । ଗତକାଲି 14 ଲକ୍ଷ 97 ହଜାର 665 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 49 ଲକ୍ଷ 26 ହଜାର 602 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 34 ହଜାର 962 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ