ପ୍ରବଳ ବର୍ଷା, ଏହି ଜିଲ୍ଲାଗୁଡିକରେ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଦୁଇ ଦିନ ଅର୍ଥାତ ଆଜି-କାଲି 6 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଶନିବାର ସୁନ୍ଦରଗଡ, ବରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷାର ଆଶଙ୍କା ଅଛି । 24ରେ ଗଜପତି, ଗଞ୍ଜାମ ଓ କନ୍ଧମାଳରେ ବି ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେହିପରି ଶନିବାର ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । 24ରେ ଆଭ୍ୟନ୍ତରୀଣ ଓଡିଶା ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 25 ଓ 26 ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।


ସେୟାର କରନ୍ତୁ