କୁମାର ପୂର୍ଣ୍ଣମା : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ରୀତିନୀତି

ରାଜ୍ୟ
ସେୟାର କରନ୍ତୁ

ପୁରୀ : ଆଜି ରବିବାର ପବିତ୍ର କୁମାର ପୂର୍ଣ୍ଣିମା । ପ୍ରତି ବର୍ଷ ଭଳି ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ମହାପ୍ରଭୁଙ୍କର ଲୀଳା ଅନେକ । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ ।

ସେପଟେ ସୋମବାର ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବା ବେଳେ ଯେଉଁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ ସେମାନେ ଆଜି ସଙ୍କଳ୍ପ କରିଛନ୍ତି । ତେବେ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇପାରିବେ । ସେନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।


ସେୟାର କରନ୍ତୁ