ଦୁଇ ଦିନ ହାଲୁକା ବର୍ଷା ପରେ ପାଗ ହେବ ଶୁଖିଲା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆସନ୍ତା 12 ଏବଂ 13 ତାରିଖ ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ 14 ଓ 15 ତାରିଖ 2 ଦିନ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

12ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳରେ ଘଡଘଡି ସହ ବର୍ଷା ହୋଇପାରେ ।

13 ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହୁପର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୋଇପାରେ ।


ସେୟାର କରନ୍ତୁ