ଓଡିଶା ଆସୁଛନ୍ତି ଖଡ଼ଗେ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : କଂଗ୍ରେସ ସଭାପତି ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ସାଂସଦ ମଲ୍ଲିକାର୍ଜୁନ ଖଡ଼ଗେ । ଖଡ଼ଗେ ଆଜି ଓଡ଼ିଶା ଆସୁଛନ୍ତି । ଏହି ଗସ୍ତରେ ସେ ପିସିସି ସଭ୍ୟମାନଙ୍କୁ ଭେଟିବା ସହିତ ତାଙ୍କୁ ଭୋଟ ଦେବା ଲାଗି ଅନୁରୋଧ କରିବେ । ତାଙ୍କର ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ତାପରେ ସେ ପୁଣି ଦିଲ୍ଲୀ ଫେରିଯିବେ ବୋଲି କଂଗ୍ରେସ ସୂତ୍ରରୁ ଜଣାପଡ଼ିଛି ।

ଭୁବନେଶ୍ୱରରେ ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀକୁ ସେ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ ସେ ପୁଣି ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି । ଜାତୀୟ କଂଗ୍ରେସର ସଭାପତି ନିର୍ବାଚନରେ ମଲ୍ଲିକାର୍ଜୁନ ଖଡଗେ ଓ ଶଶି ଥରୁରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି । ଆସନ୍ତା 17 ତାରିଖରେ ଏଥିପାଇଁ ଭୋଟ ଗ୍ରହଣ କରାଯିବ । ଓଡିଶାର ମୋଟ 428 ଜଣ ପିସିସି ସଭ୍ୟ ଏଥିରେ ମତଦାନ କରିବେ ।


ସେୟାର କରନ୍ତୁ