ମହିଳା ସଶକ୍ତିକରଣ ଏକ ସ୍ଲୋଗାନ୍ ନୁହେଁ ଏହା ଏକ ପବିତ୍ର ଦାୟିତ୍ୱ- ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ “ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା’ମାନଙ୍କର ଏକ ମହାଶକ୍ତି ପାଲଟି ଅଛି । ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ ଅଟେ ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ମୋର ଦୃଢ ବିଶ୍ବାସ, ମା’ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ । 2001ରେ ଆରମ୍ଭ ହୋଇଥିବା ‘ମିଶନ ଶକ୍ତି’ ଆଜି ଓଡ଼ିଶାର 70 ଲକ୍ଷ ସଶକ୍ତ ମା’ମାନଙ୍କର ଏକ ମହାଶକ୍ତି ହୋଇଅଛି । ଓଡ଼ିଶାରେ 6ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ SHG ମାନଙ୍କୁ SMEରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଏସଏଚଜିମାନଙ୍କୁ ଏସଏମଇରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ । ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକାର ପାଇବେ ।

ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ । ମିଶନ ଶକ୍ତି ଫେଡେରେସନମାନଙ୍କୁ ଆହୁରି ମଜବୁତ୍‌ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି କହିବା ସହ ପ୍ରତି ଜିଲ୍ଲା ଫେଡେରେସନକୁ 1 କୋଟି ଟଙ୍କାର ରିଭିଲିଂ ଫଣ୍ଡ ଏବଂ ପ୍ରତି ବ୍ଲକସ୍ତରର ଫେଡେରେସନକୁ 50 ଲକ୍ଷ ଟଙ୍କାର ରିଭଲିଂ ଫଣ୍ଡ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ପଞ୍ଚାୟତସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ମହିଳାମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।


ସେୟାର କରନ୍ତୁ