କାଳବୈଶାଖୀ ସକାଶେ ଅରେଞ୍ଜ ଚେତାବନୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : ଓଡ଼ିଶାରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ । ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ସହ ଘଣ୍ଟା ପ୍ରତି 40 ରୁ 50 କିମି ବେଗରେ ଝଡ଼-ପବନ ହୋଇପାରେ । ତେଣୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଉପରେ ମଧ୍ୟ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହା ପ୍ରଭାବରେ 7ରୁ 11 ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିସହ ଜନସାଧାରଣ ସ୍ଥାନୀୟ ପାଣିପାଗ ଉପରେ ନଜର ରଖିବା ବିଜୁଳି ଘଡ଼ଘଡ଼ି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ବର୍ଷା ପବନ ପ୍ରଭାବରେ ଅମଳକ୍ଷମ ରବି ଫସଲ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଚାଷୀମାନେ ଫସଲ ଅମଳ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।


ସେୟାର କରନ୍ତୁ