ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ରାଜ୍ୟ
ସେୟାର କରନ୍ତୁ

ପରଜଙ୍ଗ : ସୋମବାର ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବିଭିନ୍ନ ସମସ୍ୟା ଉପରେ 69 ଟି ଅଭିଯୋଗ ହୋଇଥିଲା ,ଏଥି ମଧ୍ୟରୁ 53ଟି ବ୍ୟକ୍ତିଗତ ଓ 6ଟି ଅନ୍ୟ ସମସ୍ୟା ଉପରେ ଅଭିଯୋଗ ଆସିଥିଲା, ଅବଶିଷ୍ଟ 10 ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଦିଆଯାଇଥିଲା ।

ତେବେ ଏହି ଆୟୋଜିତ ଶିବିରରେ ଏସପି ଜ୍ଞାନରଞ୍ଜନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ଆଶୋକ କୁମାର ଦାସ, ଜିଲ୍ଲା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁ, ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ସଂଗ୍ରାମ କେଶରୀ ଭୋଳ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରା, 2ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟ ନିରାକାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିବା ବେଳେ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏଥିସହ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିବା ଦେଖିବାକୁ ମିଳିଥିଲା ।


ସେୟାର କରନ୍ତୁ