ସୃଷ୍ଟି ହେଲା ଲଘୁଚାପ, ବର୍ଷିବ 4ରୁ 5 ଦିନ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର 5.8 କିମି ଯାଏଁ ବ୍ୟାପିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନ ର ଗଙ୍ଗାନଗରରୁ ବାହାରି ରୋହତକ,ଲକ୍ଷ୍ନୌ, ଗୟା, ରାଞ୍ଚି ଏବଂ ଉତ୍ତରଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଉପକୂଳରେ ସକ୍ରିୟ-ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ।

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ 4 ରୁ 5 ଦିନ ମଧ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ତଥା କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।


ସେୟାର କରନ୍ତୁ