ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ରାଜ୍ୟ
ସେୟାର କରନ୍ତୁ

ପୁରୀ: ଆସନ୍ତାକାଲି ଅର୍ଥାତ (8 ତାରିଖ) ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ପାଇଁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ନ 5ଟାରୁ ରାତି 9ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି 9ଟା ପରେ ଦର୍ଶନ ସ୍ବାଭାବିକ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


ସେୟାର କରନ୍ତୁ