24ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ 16 ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି ।

ଦକ୍ଷିଣ-ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଥିବା ବେଳେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ 1.5 କିମି ଯାଏଁ ସକ୍ରିୟ ରହିଛି ।


ସେୟାର କରନ୍ତୁ