ଭୁବନେଶ୍ୱର : ନଭେମ୍ବର 22 ତାରିଖରେ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ଭାରତୀୟ ପାଣିପାଗ ବିଭାଗ(IMD) ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହିଁ ।
48 ଘଣ୍ଟାରେ ଶକ୍ତିଶାଳୀ ହେବା ସମ୍ଭାବନା
ଆଇଏମଡି ଅନୁଯାୟୀ, ନଭେମ୍ବର 24 ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଛି । ଏହି ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ 48 ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି ।
ଓଡ଼ିଶାରେ ଚାରି ଦିନ ପ୍ରବଳ ବର୍ଷା ସମ୍ଭାବନା
ଏହାର ପ୍ରଭାବରେ, ଓଡ଼ିଶାରେ ଚାରି ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଏବଂ ଦକ୍ଷିଣ ଅଞ୍ଚଳରେ ସର୍ବାଧିକ ବର୍ଷା ହେବ ବୋଲି ଆଶା କରାଯାଉଛି । ନଭେମ୍ବର 25 ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି ।