ଭୁବନେଶ୍ୱର, ଜାନୁଆରୀ ୨୫ : ଓଡ଼ିଶାର ଜନପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ଅକାଳ ବିୟୋଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶ୍ରୀ ପ୍ରଧାନ ଏକ ଶୋକବାର୍ତ୍ତାରେ କହିଛନ୍ତି ଯେ, “ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ନିଜର ନିଆରା ସଙ୍ଗୀତ ଶୈଳୀ ଓ ସୃଜନଶୀଳତା ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ।”
ସେ ଆହୁରି ମଧ୍ୟ କହିଛନ୍ତି, “ତାଙ୍କର ଅକାଳ ବିୟୋଗ ଓଡ଼ିଆ କଳା ଓ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି।”